www.samajalive.in
Sunday, December 14, 2025
26.1 C
Bhubaneswar

ଦୁର୍ନୀତି ବିରୋଧରେ ବିଜେପିର ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ

ଆଠଗଡ଼: ପ୍ରତି ପଞ୍ଚାୟତରେ ଦୁର୍ନୀତି ଓ ଭ୍ରଷ୍ଟାଚାର ଶାସକ ଦଳ ପ୍ରରୋଚନାରେ ବଢ଼ି ଚାଲିଛି ବୋଲି ବିଜେପି ପକ୍ଷରୁ ଅଭିଯୋଗ କରାଯାଇ ଏକ ଦୁର୍ନୀତିମୁକ୍ତ ସ୍ୱଚ୍ଛ ପଞ୍ଚାୟତ ଦାବି କରି ୩ଟି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦିଆଯାଇଥିଲା। ଆଠଗଡ଼ ବ୍ଲକର ୧ନଂ ଜୋନ୍‌‌ ଅନ୍ତର୍ଗତ ଖୁଣ୍ଟକଟା, ଜେନାପଦା ଓ ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିଜେପି ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ ସହିତ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। ମଣ୍ଡଳ ସଭାପତି ତପନ ଲେଙ୍କାଙ୍କ ସଂଯୋଜନାରେ ଏହି ୩ଟି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ପ୍ରତିବାଦ ସଭାରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ବରିଷ୍ଠ ବିଜେପି ନେତା ବ୍ରଜେନ୍ଦ୍ର କୁମାର ରାୟ, ଜିଲ୍ଲା ସାଧାରଣ ସଂପାଦକ ରାମନାରାୟଣ ମହାନ୍ତି, ଜିଲ୍ଲା ଉପସଭାପତି ବିଚିତ୍ରାନନ୍ଦ ଜେନା, ମହିଳା ମୋର୍ଚ୍ଚା ଜିଲ୍ଲା ସଂପାଦିକା ହେମମଞ୍ଜରୀ ଭଞ୍ଜଦେଓ ପ୍ରମୁଖ ଯୋଗ ଦେଇଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories