www.samajalive.in
Sunday, December 14, 2025
16.1 C
Bhubaneswar

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ

ଫୁଲବାଣୀ: ସଦର ଥାନା ଅଞ୍ଚଳରେ ସଂଘଟିତ ଏକ ନାବାଳିକା ଦୁଷ୍କର୍ମ ମାମଲାର ଶୁଣାଣୀ କରି ଆଜି ଫୁଲବାଣୀ ପୋକସୋ ଅଦାଲତ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡ ଆଦେଶ ଦେଇଛନ୍ତି। ଏଥିସହ ଅଭିଯୁକ୍ତକୁ ୨୨ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଦୋଷୀକୁ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଟାଉନ ଥାନା ଅଞ୍ଚଳର ଗଣେଶ ପ୍ରଧାନ। ସୂଚନା ଅନୁଯାୟୀ, ସଦର ଥାନା ଅଞ୍ଚଳର ନାବାଳିକା ଜଣକ ଗତ ୨୦୨୧ ମସିହା ମାର୍ଚ୍ଚ ୨ ତାରିଖ ଦିନ ଫୁଲବାଣୀରେ ରହୁଥିବା ତାଙ୍କ ମାଉସୀଙ୍କ ଘରକୁ ଆସିଥିଲେ। ସ୍ଥାନୀୟ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଆହାର କେନ୍ଦ୍ରକୁ ସେ ଯାଇଥିବା ସମୟରେ ଅଭିଯୁକ୍ତ ଗଣେଶ ସହ ତାଙ୍କର ଦେଖା ହୋଇଥିଲା। ଗଣେଶ ତାଙ୍କୁ ଭଲ ପାଉଛି ଓ ବିବାହ କରିବି କହି ମୁଣ୍ଡିଆ ସାହିରେ ଥିବା ଘରକୁ ନେଇ ଯାଇଥିଲା। ପରେ ସେଠାରୁ ନେଇ ସଦର ଥାନା ଅନ୍ତର୍ଗତ ସାରତାଗୁଡାଠାରେ ରଖିବା ସହ ଶାରୀରିକ ସମ୍ପର୍କ ସ୍ଥାପନ କରିଥିଲା। ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ମଧ୍ୟ ଝିଅକୁ ପାଇ ନ ଥିଲେ। ପରେ ୧୭ ତାରିଖ ଦିନ ସେ ସାରତାଗୁଡାଠାରେ ଥିବା ଖବର ମିଳିଥିଲା। ଏହାପରେ ପରିବାର ପକ୍ଷରୁ ସଦର ଥାନାରେ ଏତଲା ଦିଆ ଯାଇଥିଲା। ପୁଲିସ ଚଢାଉ କରି ନାବାଳିକାକୁ ଉଦ୍ଧାର କରିବା ସହ ଅଭିଯୁକ୍ତକୁ ଗିରଫ କରିଥିଲା। ଏ ନେଇ ସଦର ଥାନାରେ ୨୬/୨୧ ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିଲା। ଆଜି ଏହି ମାମଲାର ବିଚାର କରି ପୋକସୋ ଅଦାଲତ ବିଚାରପତି ସଞ୍ଜିତ କୁମାର ବେହେରା ୧୪ ଜଣ ସାକ୍ଷୀଙ୍କ ବୟାନ ଓ ଅନ୍ୟାନ୍ୟ ତଥ୍ୟ ପ୍ରମାଣ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି। ଏଥିସହ ପିଡିତାଙ୍କୁ ୬ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ପାଇଁ ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories