www.samajalive.in
Monday, December 8, 2025
20.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ

ଜଗତସିଂହପୁର : ଜଗତସିଂହପୁର ସଦର ଥାନା ଅନ୍ତର୍ଗତ ଡ଼ିହସାହିରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ହାଇୱା ଓ ସ୍କୁଟି ମଧ୍ୟରେ ଧକ୍କା ହୋଇ ଜଣେ ସ୍ଥାନୀୟ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ବାଲିକୁଦା ଥାନା ସାନକାଳୀ ଗ୍ରାମର ବାସିନ୍ଦା ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଯୁବକ ଜଣଙ୍କ ସ୍କୁଟିରେ କୌଣସି  କାମରେ ଜଗତସିଂହପୁର ଯାଉଥିଲେ। ସେହି ସମୟରେ ତାଙ୍କୁ ଏକ ହାଇୱା ଧକ୍କା ଦେବାରୁ ସେ ରାସ୍ତାରେ ପଡ଼ିଯାଇଥିଲେ ଓ ତାଙ୍କ ଶରୀରରେ ଗଭୀର ଆଘାତ ଲାଗିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories