www.samajalive.in
Saturday, December 6, 2025
14.1 C
Bhubaneswar

୩ ଯୁବକଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି

ଗଞ୍ଜାମ : ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ ଦୁର୍ବୃତ୍ତମାନେ ବିଚ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ୩ ଜଣ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ସେମାନଙ୍କ ଅବସ୍ଥା ଗୁରୁତର ରହିଛି। ଚିକିତ୍ସା ପାଇଁ ସେମାନଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ଉକ୍ତ ଅଞ୍ଚଳର ୩ ଜଣ ଯୁବକ ଏକ ଦୋକାନ ସମ୍ମୁଖରେ ଠିଆ ହୋଇଥିବା ସମୟରେ କିଛି ଦୁର୍ବୃତ୍ତ ଆସି ସେମାନଙ୍କୁ ଗାଳିଗୁଲଜ କରିବା ସହ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ୩ ଜଣ ଯୁବକ ଦୌଡ଼ି ପଳାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ଦୁର୍ବୃତ୍ତମାନେ ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଫେରାର ହୋଇଯାଇଥିବା ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories