www.samajalive.in
Sunday, December 14, 2025
23.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସ୍ମାତକୋତ୍ତର ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ, ୪୨୩ ସିଟ୍ ଫାଙ୍କା

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଶିକ୍ଷା ବର୍ଷ ୨୦୨୩-୨୪ ନିମନ୍ତେ ପିଜିର ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ଜୁଲାଇ ୩୧ ତାରିଖ ଠାରୁ ଚଳିତ ମାସ ୪ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ପ୍ରଥମ ପର୍ଯ୍ୟାୟର ଶେଷ ଦିନ ସୁଦ୍ଧା ବିଭିନ୍ନ ବିଭାଗରେ ୭୭୫ ଜଣ ଛାତ୍ର ଛାତ୍ରୀ ନିଜର ନାମ ଲେଖାଇଥିବା ବେଳେ ଏଥିରେ ୪୫୦ ଛାତ୍ରୀ ଓ ୩୨୫ ଛାତ୍ର ନାମ ଲେଖାଇଛନ୍ତି। ଏହା ସହ ନାମ ଲେଖା ପରେ ଏବେ ବିଭିନ୍ନ ବିଭାଗରେ ୪୨୩ ସିଟ୍ ଖାଲି ପଡିଥିବା ରିପୋର୍ଟରୁ ଜଣାପଡିଛି। ତେବେ ନାରୀ ଶିକ୍ଷା ଗବେଷଣାରେ କୌଣସି ଆଡ଼ମିସନ ହୋଇନଥିବା ବେଳେ ଉଚ୍ଚଶିକ୍ଷା ବିଭାଗର ନିର୍ଦେଶ ପରେ ଦ୍ବିତୀୟ ପର୍ଯ୍ୟାୟ ନାମ ଲେଖା ଆରମ୍ଭ ହେବ ବୋଲି ପିଜି କାଉନସିଲ ଅଧକ୍ଷ ପ୍ରଫେସର ସୁଶାନ୍ତ କୁମାର ବରାଳ ସୂଚନା ଦେଇଛନ୍ତି।

Hot this week

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

Related Articles

Popular Categories