ବାଲେଶ୍ୱର : ବାଲେଶ୍ୱର ଜିଲା ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୧୪ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଏକ ଘରୋଇ ଯାତ୍ରୀବାହୀ ବସ ବାଲେଶ୍ୱରରୁ ଉଦଳା ଯାଉଥିବା ସମୟରେ ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଉକ୍ତ ଘଟଣା ପରେ ସ୍ଥାନୀୟଲୋକେ ଟ୍ରକ ଚାଳକ ସହ ପାଟି ତୁଣ୍ଡ କରିବାରୁ ଉତ୍ତେଜନା ସୃଷ୍ଟି ହୋଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Popular Categories



