ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅନ୍ତର୍ଗତ କୁନୁମୁରୁ ଗାଁର ରାଇସ ମିଲ୍ ନିକଟରେ ଥିବା ଏକ ଟାୟାର ଗୋଦାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଟାୟାର ପୋଡ଼ି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ରାଇସ ମିଲ୍ ନିକଟରେ ଥିବା ପୁରୁଣା ଟାୟାର ଗୋଦାମରେ ହଠାତ୍ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ସୂଚନା ମିଳିଛି।
Popular Categories



