www.samajalive.in
Saturday, December 13, 2025
14.1 C
Bhubaneswar

ବ୍ଲକ୍ ସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ

ହରଭଙ୍ଗା: ହରଭଙ୍ଗା ବ୍ଲକ୍ ସଦର ପଞ୍ଚାୟତ ସମିତି ସଭା ସମ୍ମିଳନୀ ସଭା କକ୍ଷରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥଭାବେ ବ୍ଲକ୍ ଅଧକ୍ଷା ସ୍ନେହଲତା ପ୍ରଧାନ ଯୋଗଦାନ କରି ଶିବିରର ଶୁଭ ଉଦ୍ଘାଟନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିଆର ସିଂ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ୍ ଉପାଧକ୍ଷ ସରୋଜ କୁମାର ପ୍ରଧାନ ସମସ୍ତ କଳାକାର ମାନଙ୍କୁ ଉତ୍ସାହିତ କରିବା ସହିତ ବ୍ଲକ୍ ପ୍ରଶାସନ ତରଫରୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇ ଥିଲେ। ରାଜ୍ୟ ସଂଶାଧନ କର୍ମୀ ତଥା ଜିଲ୍ଲା କଳା ସଂସ୍କୃତି ସଂଘ ଉପ ସଭାପତି ଦିବ୍ୟ ଶଙ୍କର ରାଉତ ପ୍ରଶିକ୍ଷଣ ଶିବିରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ, କଳାକାର ମାନଙ୍କୁ ସରକାରଙ୍କ ତରଫରୁ ଦିଆଯାଉଥିବା ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି ସେ ସମ୍ପର୍କରେ ବିସ୍ତୃତ ଭାବେ ବୁଝାଇଥିଲେ। ରାଜ୍ୟ ସଂଶାଧନ କର୍ମୀ ତଥା ବୌଦ୍ଧ ବ୍ଲକ୍ କଳା ସଂସ୍କୃତି ସଂଘର ଉପ ସଭାପତି ସ୍ଵାଧୀନ ପରିଡ଼ା କାର୍ଯକ୍ରମ ପରିଚାଳନା କରିଥିଲେ।

Hot this week

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଜାନୁଆରୀ ୩ରେ ଦୁର୍ଲଭ ସୁନାବେଶ

ପୁରୀ: ଚଳିତ ମାସ ୧୬ରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ...

Related Articles

Popular Categories