ବାଳିକା ଉଚ୍ଚ ବିଦ୍ୟାଳୟ ଅଭିଭାବକ ଆମର ଅଂଶୀଦାର କାର୍ଯ୍ୟକ୍ରମ

ଫୁଲବାଣୀ,ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ମୁଖ୍ୟାଳୟ ନେଡି ପଦର ଠାରେ ଥିବା ଆଦିବାସୀ ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ବାଳିକା ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ଆମର ଅଂଶୀଦାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ମୁଖ୍ୟ ଅତିଥି ଭାବରେ ଓଡିଶା ସରକାରଙ୍କର ଅନୁସୂଚିତ ଜାତି ଓ ଜନ ଜାତି ଉନ୍ନୟନ ବିଭାଗର ଯୁଗ୍ମ ସଚିବ ପ୍ରବୀର କୁମାର ଖିଲାର ଯୋଗ ଦେଇ ଅନୁଷ୍ଠାନିକ ଭାବରେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ ନୀଳ ଗିରି ଦିଗାଲ, ଜିଲ୍ଲା ପରିଷଦ ସଭ୍ୟା ଜୟଶ୍ରୀ କହଁର, ଅନୁସୂଚିତ ଜାତି ଓ ଜନ ଜାତି ବିଭାଗ ଫୁଲବାଣୀ ର ପ୍ରକଳ୍ପ ପ୍ରଶାସକ ନରେଶ କୁମାର ଶବର, ବାଲିଗୁଡା ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ରବି ନାରାୟଣ ମିଶ୍ର, ଫିରିଙ୍ଗିଆ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଇପସୀତା ଜେନା, ଫିରିଙ୍ଗିଆ ମହିଳା ଓ ଶିଶୁ ବିକାଶ ଅଧିକାରୀ ହରି ପ୍ରିୟା ମେହେର, ଫୁଲବାଣୀ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ଯନ୍ତ୍ରୀ ମହେନ୍ଦ୍ର କୁମାର ମହନ୍ତ, କନିଷ୍ଠ ଯନ୍ତ୍ରୀ ଚୌଧୁରୀ ମାଝୀ, ସହକାରୀ କାର୍ଯ୍ୟ ନିର୍ବାହୀ ଅଧିକାରୀ ତୁଷାରେନ୍ଦ୍ର ନାୟକ, ବିଦ୍ୟାଳୟର ସଭାପତି ନବ କିଶୋର କହଁର, ପ୍ରମୁଖ ସାନମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମର ଦ୍ଵିତୀୟ ବା ଶେଷ ପର୍ଯ୍ୟୟରେ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ପରିବେଷଣ ହୋଇଥିବା ବେଳେ ପରି ଉପରେ ଆଧାରିତ ସଚେତନ ନାଟକ ଅତିଥି ମାନଙ୍କ ମନକୁ ଛୁଇଁ ପାରିଥିଲା।

Comments are closed.