www.samajalive.in
Monday, December 15, 2025
17.1 C
Bhubaneswar

ଜିଲ୍ଲାସ୍ତରୀୟ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳିତ

ବୌଦ୍ଧ: ବୌଦ୍ଧ ଜିଲ୍ଲାସ୍ତରୀୟ ଦ୍ଵିତୀୟ ପ୍ରତିଷ୍ଠା ଦିବସ ସ୍ଥାନୀୟ ତେତେଲେଙ୍ଗା ଆଦର୍ଶ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲାର ତିନି ବ୍ଲକ ମଣିପୁର ହରଭଙ୍ଗା, ଆଇଁଲାଚୁଆଁ କଣ୍ଟାମାଳ ଓ ତେତେଲେଙ୍ଗା ବୌଦ୍ଧର ୨୨୦ଛାତ୍ର ଛାତ୍ରୀ ବିଭିନ୍ନ ପ୍ରତିଯୋଗିତା ବକ୍ତୃତା, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ, ସଂଗୀତ, ନୃତ୍ୟ ଓ ଦଳଗତ ନୃତ୍ୟରେ ଅଂଶଗ୍ରହଣ କରିଥିଲେ। କାର୍ୟ୍ୟକ୍ରମର ଉଦଘାଟନ ଉତ୍ସବରେ ବୌଦ୍ଧ ଜିଲ୍ଲପାଳ ନୃସିଂହ ଚରଣ ସ୍ୱାଇଁ ମୁଖ୍ୟ ଅତିଥି, ସମ୍ମାନୀତ ଅତିଥି ଭାବରେ ଛଅ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟା କଳ୍ପନା ରାଣୀ ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଗେନଦେରା କୁଜୁରୁ ଯୋଗ ଦେଇଥିବା ବେଳେ ଅପରାହ୍ନର ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ଏବଂ ସମ୍ମାନିତ ଅତିଥି ଭାବରେ ବୌଦ୍ଧ ବିଡ଼ିଓ ମହାପାତ୍ର କୁଲଦୀପ ମହାନ୍ତି, ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ ଯୋଗଦେଇ ପିଲାଙ୍କୁ ଭଲ ପାଠ ପଢ଼ି ନିଜର ନାହିଁ ରଖିବା ସହିତ ଜିଲ୍ଲାର ନାଁ ରଖିବାକୁ ପରାମର୍ଶ ଦେଇଥିଲେ। ସ୍ଥାନୀୟ ବିଦ୍ୟାଳୟ ଅଧ୍ୟକ୍ଷ ରାଜକିଶୋର ପୃଷ୍ଟି ଅଧ୍ୟକ୍ଷତା କରିଥିଲେ। ଅନ୍ୟ ତମ ସମ୍ମାନୀତ ଅତିଥି ଭାବରେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ସ୍ୱରାଜ କହଁର, ଅଧ୍ୟକ୍ଷ ମଣିପୁର କମ୍ଭୁ ପ୍ରସାଦ ଲୁହା, ଅଧ୍ୟକ୍ଷ ଆଇଁଲାଚିଆଁ ଅନନ୍ତ ପ୍ରାଧନ, ଶିକ୍ଷକ ଅଭିଭାକ ସଂଘ ସଭାପତି ସ୍ୱାଧୀନ ବିଶ୍ୱାଳ, ମୋସ୍କୁଲ ଅଭିଯାନ ସଭାପତି ରାଜକୁମାର ପ୍ରଧାନ ଯୋଗ ଦେଇ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଟ୍ରଫି ଓ ମାନପତ୍ର ଦେଇ ଉତ୍ସାହିତ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories