www.samajalive.in
Monday, December 15, 2025
14.1 C
Bhubaneswar

ଅଭିଭାବକ ଆମ ଅଂଶୀଦାର କାର୍ୟ୍ୟକ୍ରମ ଅନୁଷ୍ଠିତ

ବୌଦ୍ଧ: ବୌଦ୍ଧ ବ୍ଲକ ଅନ୍ତର୍ଗତ ବଘିଆପଡା ସ୍ଥିତ ମେଣ୍ଢିମାଲ ସରାକରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ଆମ ଅଂଶୀଦାର କାର୍ୟ୍ୟକ୍ରମ ଅନୁଷ୍ଟିତ ହେଇଯାଇଛି। ଅନୁସୂଚିତ ଜନଜାତି ଓ ଅନୁସଚିତ ଜାତି ଉନ୍ନୟନ ବିଭାଗ ଓଡ଼ିଶା ସରକରଙ୍କ ପକ୍ଷରୁ ବୌଦ୍ଧ ଜିଲ୍ଲା ମଙ୍ଗଳ ବିଭାଗର ସୋଜନ୍ୟ ରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ରବୀନ୍ଦ୍ରନାଥ କହଁର ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତିକାନ୍ତି ବଳିୟାରସିଂହ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଚନ୍ଦ୍ରକାନ୍ତି ବେରୁହା, ସ୍କୁଲ ଆଲୁମନି ସଭାପତି ସୁଶାନ୍ତ କୁମାର ସାହୁ ବଘିଆପଡା ସିରାସିସି ବିଜୟ କୁମାର ଭୋଇ, ୱାସିଡିଏର ମିଳି ବରିହା, ମିଶନ ଶକ୍ତିର ବ୍ୟାଙ୍କ୍ ମିତ୍ର ସସ୍ମିତା ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

ସେହିପରି ଜିଲା ସମାଜ ମଂଗଳ ବିଭାଗ ପକ୍ଷରୁ ବୌଦ୍ଧ ଜିଲାର ବିଭିନ୍ନ ଆଶ୍ରମ ସ୍କୁଲ ଠାରେ ପିଏପି କାର୍ୟ୍ୟକ୍ରମ ଆୟୋଜିତ ହୋଇଛି। ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ପେରେଣ୍ଟସ୍ ଏଜ୍ ପାର୍ଟନର କାର୍ୟ୍ୟକ୍ରମ ଆରମ୍ଭ କରାଯାଇଛି। ଆଜି ଜିଲାର ବଡ଼ବନ୍ଧ ଆଶ୍ରମ ସ୍କୁଲ ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର, ସମ୍ମାନିତ ଅତିଥି ଭାବେ ଜିଲା ସମାଜ ମଂଗଳ ଅଧିକାରୀ ସୂର୍ୟ୍ୟନାରାୟଣ ବେହେରା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ବଘିଆପଡା ସ୍ଥିତ ମେଣ୍ଢିମାଲ ସରାକରୀ ଉଛ ବିଦ୍ୟାଳୟରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ରବୀ୍ଦ୍ରନାଥ କହଁର, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତିକାନ୍ତି ବଳିୟାରସିଂ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଚନ୍ଦ୍ରକାନ୍ତି ବେରୁହା ଯୋଗଦେଇଥିଲେ। ସେହିପରି ହରେକୃଷ୍ଣପୁର ଆଶ୍ରମ ସ୍କୁଲ ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲା ସମାଜ ମଂଗଳ ଅଧିକାରୀ ସୌମ୍ୟ ରାୟ, ଜିଲା ପରିଷଦ ସଦସ୍ୟ ବିଶ୍ୱଜିତ ମିଶ୍ର ଯୋଗଦେଇ ଅଭିଵାବକ ଆମ ଅଂଶୀଦାର କାର୍ୟ୍ୟକ୍ରମ ନେଇ ଆଲୋଚନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories