www.samajalive.in
Monday, December 8, 2025
20.1 C
Bhubaneswar

ନାବାଳିକା ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ: ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ସାକ୍ଷୀ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ନୁପୁରା ଦିଗାଲ (୬୧)କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୧୦ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୬ମାସ ଅଧିକ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋସ୍କୋ କୋର୍ଟର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ। ଏହି ମାମଲାରେ ପୀଡିତାର ପରିବାରକୁ ଆଇନସେବା ପ୍ରାଧିକରଣ ତରଫରୁ ୭ ଲକ୍ଷ ଟଙ୍କା କ୍ଷତି ପୂରଣ ରାଶି ଯୋଗାଇ ଦେବାଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories