www.samajalive.in
Sunday, December 7, 2025
23.1 C
Bhubaneswar

କଂଗ୍ରେସର ସାଂଗଠନିକ ବୈଠକ

ପିପିଲି: ପିପିଲି ବ୍ଲକ ନୂଆଶାସନ ପଞ୍ଚାୟତ ଅନ୍ତର୍ଗତ ଦକ୍ଷିଣସାହି ତ୍ରିନାଥ ଦେବଙ୍କ ମନ୍ଦିର ପରିସରରେ କଂଗ୍ରେସର ପଞ୍ଚାୟତ ସ୍ତରୀୟ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଦେବରାଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର ଯୋଗ ଦେଇ କଂଗ୍ରେସକୁ କ୍ରୀୟାଶୀଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ସାଧାରଣ ନିର୍ବାଚନରେ କଂଗ୍ରେସ କିଭଳି ନିଜର ପୁରୁଣା ଦୁର୍ଗ କୁହାଯାଉଥିବା ପିପିଲି ନିର୍ବାଚନ ମଣ୍ଡଳୀକୁ ପୁଣି ଥରେ ଦଖଲ କରିବ ସେଥି ନେଇ ମାନସ ମନ୍ଥନ କରାଯାଇଥିଲା। କଂଗ୍ରେସ କର୍ମୀଙ୍କ ବିଭିନ୍ନ ସମସ୍ୟା ସାଙ୍ଗକୁ ପ୍ରକୃତ ଗରୀବ ହିତାଧିକାରୀମାନେ ଯେପରି କୌଣସି ସରକାରୀ ଯୋଜନାରୁ ବଞ୍ଚିତ ନହୁଅନ୍ତି ସେଦିଗରେ କର୍ମୀମାନେ କାର୍ଯ୍ୟ କରିବାକୁ ଶ୍ରୀ ମିଶ୍ର ପରାମର୍ଶ ଦେଇଥିଲେ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories