www.samajalive.in
Sunday, December 14, 2025
23.1 C
Bhubaneswar

ଗଞ୍ଜାମ ଜିଲ୍ଲାପାଳଙ୍କ ବିଭିନ୍ନ ପଞ୍ଚାୟତ ଗସ୍ତ

ଗୋପାଳପୁର: ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଆଜି ରଙ୍ଗେଈଲୁଣ୍ଡା ବ୍ଲକ ଅଧିନସ୍ଥ ବିଭିନ୍ନ ପଞ୍ଚାୟତ ଗସ୍ତ କରି ପଞ୍ଚାୟତରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଲୋକଙ୍କ ସହ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଛନ୍ତି। ଜିଲ୍ଲାପାଳ ଶ୍ରୀ ପରିଡା ପ୍ରଥମେ ରଙ୍ଗେଈଲୁଣ୍ଡା, ବକ୍ସିପଲ୍ଲୀ, କରାପଲ୍ଲୀ, କମଳାପୁର ଗୋଳାବାନ୍ଧ, ହାତୀପାଦ ଓ ଗଞ୍ଜୁ ପଞ୍ଚାୟତ କାର୍ଯ୍ୟାଳୟ ଗସ୍ତ କରିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠିର ସଠିକ ବିନିଯୋଗ ସହ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଗୁଡ଼ିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବା ଏବଂ ଗୋଷ୍ଠି ମାଧ୍ୟମରେ କାର୍ଯ୍ୟ କରିବା ପାଇଁ କହିଥିଲେ। କିଛି ପଞ୍ଚଯାତରେ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳ ଶ୍ରୀ ପରିଡା ବ୍ଲକ ପ୍ରଶାସନକୁ ସମାଧାନ କରିବା ପାଇଁ ନିର୍ଦେଶ ଦେଇଥିଲେ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories