www.samajalive.in
Monday, December 15, 2025
14.1 C
Bhubaneswar

ବନ ସୁରକ୍ଷା ସମିତି ଗୃହ ଉଦଘାଟନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ଟୁମୁଲା ପଦର ଗାଁରେ ଫିରିଙ୍ଗିଆ ବନ ବିଭାଗ ତରଫରୁ ବନ ସୁରକ୍ଷା ଗୃହ ଉଦଘାଟନ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଫୁଲବାଣୀ ବନ ଖଣ୍ଡ ଅଧିକାରୀ ପ୍ରଶାନ୍ତ ପଟେଲ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ପ୍ରଥମେ ନୂତନ ଭାବରେ ନିର୍ମାଣ କରା ଯାଇଥିବା ବନ ସୁରକ୍ଷା ସମିତି ଗୃହକୁ ବନ ଖଣ୍ଡ ଅଧିକାରୀ ଉଦଘାଟନ କରିବା ପରେ ଉପସ୍ଥିତ ଅତିଥି ମାନେ ବନ ସୁରକ୍ଷା ଏବଂ ଜଙ୍ଗଲ ସୁରକ୍ଷା ଭଳି ବିଭିନ୍ନ ସଚେତନତା ବାର୍ତା ଦେଇଥିଲେ। ବନ ସୁରକ୍ଷା ଗୃହ ପରିସରରେ ବିଭିନ୍ନ ବୃକ୍ଷ ରୋପଣ କରାଯାଇଥିଲା। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଏ ସି ଏଫ ମଳୟ ରଞ୍ଜନ କାଲୋ, ଫିରିଙ୍ଗିଆ ବନାଞ୍ଚଳ ଅଧିକାରୀ ରବୀନ୍ଦ୍ର ପାତ୍ର, ଫିରିଙ୍ଗିଆ ବନ ପାଳ ପ୍ରବୀଣ ଦାଶ, ନୂଆ ପଦର ବନ ପାଳ ବ୍ରଜ ସୁନ୍ଦର ଦାଶ ପାହାଡ଼ ସ୍ବେଛାସେବୀ ଅନୁଷ୍ଠାନ ଟିମ ଲିଡର ବିଭୁ ପ୍ରସାଦ ପ୍ରଧାନ, ଟିମ ଲିଡର ମନୋଜ କୁମାର ସାହୁଙ୍କ ସହ ବନ ସୁରକ୍ଷା ସମିତି ସଦସ୍ୟ, ସଦସ୍ୟା ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା ମାନେ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories