ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳନ

ଫୁଲବାଣୀ: କନ୍ଧମାଳ ଜିଲା ଫୁଲବାଣୀ ବ୍ଳକ ଅନ୍ତର୍ଗତ ଗୁମାଗଡ଼଼ ଡ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ବ୍ଲକ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କଳ୍ପନା ଦଳେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜନସ୍ୱାସ୍ଥ୍ୟ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ମହାନ୍ତି, ଆୟୁଷ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଶାନ୍ତ ମହାପାତ୍ର, ସ୍ୱାତୀର କାର୍ଯ୍ୟକ୍ରମ ଅଧିକାରୀ ପ୍ରଦୀପ ସ୍ୱାଇଁ, ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ସଂଯୋଜକ ବୈକୁଣ୍ଠ ଚନ୍ଦ୍ର ଦାଶ, ଆଲୋକ ସାମନ୍ତରାୟ ପ୍ରମୂଖ ଯୋଗ ଦେଇ ମାନସିକ ସ୍ୱାସ୍ଥ୍ୟ ସଂପର୍କିତ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଥିଲେ।
Comments are closed.