ଗୋପାଳପୁର: ଗୋପାଳପୁର ନିର୍ବାଚନ ମଣ୍ଡଳୀର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ ଆଜି ଆମ୍ବପୁଆ ଠାରେ ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଉନ୍ନୟନ ପରିଷଦ ସଭାପତି ବିକ୍ରମ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବ୍ରହ୍ମପୁର ସଂସଦୀୟ ପର୍ଯ୍ୟବେକ୍ଷକ ତଥା ରାଜ୍ୟ ସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇ ମୁଖ୍ୟମନ୍ତ୍ରୀ ତାଙ୍କୁ ଯେଉଁ ଗୁରୁ ଦାୟିତ୍ୱ ପ୍ରଦାନ କରିଛନ୍ତି, ତାହାକୁ ସୁଚାର ରୂପେ ପାଳନ କରୁଛନ୍ତି ବୋଲି କହିବା ସହ ନବୀନ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓ ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ। ଏହି ନିର୍ବାଚନ ମଣ୍ଡଳୀର ଯୁବ ସଂଗଠକ ଶଶୀ ଭୂଷଣ ମହାନ୍ତିଙ୍କୁ ପାରଳାଖେମୁଣ୍ଡି ବିଧାନ ସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରାଯାଇ ଥିବାରୁ ଶ୍ରୀ ମଙ୍ଗରାଜ ତାଙ୍କୁ ଉପଢୌକନ ସହ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗୋପାଳପୁର ନିର୍ବାଚନ ମଣ୍ଡଳୀର ଦାୟିତ୍ୱ ତୁଲାଇବାକୁ ଘୋଷଣା କରିଥିଲେ।
Popular Categories



