www.samajalive.in
Saturday, December 6, 2025
26.1 C
Bhubaneswar

ଲୁଡୁ ଖେଳକୁ ନେଇ ଛୁରାମାଡ଼

ଗଞ୍ଜାମ  : ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଝାଡ଼କୁଦା ଗାଁରେ ମୋବାଇଲରେ ଲୁଡ଼ୁ ଖେଳକୁ ନେଇ ଜଣେ ଅନ୍ୟ ଜଣଙ୍କ ପେଟରେ ଛୁରୀ ଭୁସି ଦେଇଥିବା ଅଭିଯୋଗ ହୋଇଛି। ସୂଚନା ଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟାରେ ଝାଡ଼କୁଦା ଗାଁ ନିକଟ ମନ୍ଦିରରେ ପ୍ରଥମେ ଦୁଇ ଜଣ ଯୁବକ ଲୁଡ଼ୁ ଖେଳିଥିଲେ। ଏହି ଖେଳକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଗତକାଲି ରାତିରେ ପୁଣି ଉଭୟଙ୍କ ଭେଟ ହେବା ପରେ ପାଟି ହୋଇଥିଲା। ଏହାପରେ ଉଭୟଙ୍କ ମଧ୍ୟରେ ଯୁକ୍ତି ହେବାରୁ ଜଣେ ଅନ୍ୟ ଜଣଙ୍କ ପେଟରେ ଛୁରୀରେ ଆକ୍ରମଣ କରିଥିଲା। ଆକ୍ରମଣରେ ଯୁବକ ଜଣଙ୍କ ଗୁରୁତର ହୋଇଥିଲେ ଓ ତାଙ୍କୁ ପ୍ରଥମେ ଛତ୍ରପୁର ସ୍ଥିତ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁରସ୍ଥିତ ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି। ଉକ୍ତ ଘଟଣାକୁ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇ ନଥିବା ଜଣାପଡ଼ିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories