ସ୍ୱାସ୍ଥ୍ୟକେନ୍ଦ୍ର ପରିସରରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
ବାଲେଶ୍ୱର : ବାଲେଶ୍ୱର ଜିଲା ରେମୁଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଏକ କ୍ୱାଟର୍ସ ଭିତରୁ ଶୁକ୍ରବାର ଜଣେ ବ୍ୟକ୍ତି ମୃତଦେହ ଉଦ୍ଧାର ହୋଇଛି। ମୃତକ ରେମୁଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ କିରାଣୀଙ୍କ ସ୍ୱାମୀ ବୋଲି ସୂଚନା ମିଳିଛି। କିପରି ଓ କେଉଁ ପରିସ୍ଥିତିରେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।
Comments are closed.