www.samajalive.in
Monday, December 15, 2025
17.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଗୃହ ବିଜ୍ଞାନ ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଗୃହ ବିଜ୍ଞାନ ବିଭାଗ ପକ୍ଷରୁ ଦୁଇ ଦିନ ଧରି ଚାଲିଥିବା ନୂତନ ଆଧୁନୀକରଣ ସମାଜରେ ଗୃହ ବିଜ୍ଞାନର ସାଂପ୍ରତିକ ଉପଯୋଗିତା ଶୀର୍ଷକ ଜାତୀୟ ସମ୍ମିଳନୀ ଆଜି ଉଦଯାପିତ ହୋଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅନ୍ତର୍ଭୁକ୍ତ ଗୋଷ୍ଠୀ ବିଜ୍ଞାନ ମହାବିଦ୍ୟାଳୟର ଡିନ ପ୍ରଫେସର୍ ତୃପ୍ତି ମହାନ୍ତି ଯୋଗ ଦେଇ ମାନବ ସମ୍ବଳ ବିକାଶ କ୍ଷେତ୍ରରେ ଉନ୍ନତ ଯୋଗଯୋଗ ଉପକରଣ, ହାଇସ୍ପିଡ ଇଣ୍ଟରନେଟ ଏବଂ ଏର୍ଗୋନୋମିକସକୁ ସଂଯୋଗ କରି ଗୃହ କାର୍ଯ୍ୟକୁ କିଭଳି ଭାବରେ ପରିଚାଳନା କରାଯାଇପାରୁଛି ସେ ସମ୍ପର୍କରେ ସୂଚନା ଦେଇଥିଲେ। ମୁଖ୍ୟ ବକ୍ତା ବ୍ରହ୍ମପୁର ଖଲ୍ଲିକୋଟ ଏକକ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର୍ ପ୍ରଫୁଲ୍ଲ କୁମାର ମହାନ୍ତି ଯୋଗ ଦେଇଥିଲେ। ଏହି ଅବସରରେ ଭାଗ ନେଇଥିବା ଗବେଷକ ଗବେଷିକାମାନେ ନିଜ ନିଜ ସନ୍ଦର୍ଭ ପାଠ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories