www.samajalive.in
Sunday, December 14, 2025
17.1 C
Bhubaneswar

ଜିଲ୍ଲାସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲା ଦୌରା ଜଜ୍‌‌ଙ୍କ ଅଦାଲତରେ ଆଜି ଜିଲ୍ଲାସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ପୂର୍ବରୁ ବିଚାରାଧିନ ୨ଗୋଟି ମୋଟର ଯାନ ଦୁର୍ଘଟଣା ଜନିତ କ୍ଷତି ପୂରଣ ମାମଲାରେ ୮ ଲକ୍ଷ ୮୦ହଜାର ଟଙ୍କା ଆଦାୟ କରାଯାଇଥିବା ବେଳେ ୯ ଗୋଟି ପାରିବାରିକ ବିବାଦର ବିଚାର କରାଯାଇ ୪ ଲକ୍ଷ ୩୮ହଜାର ୨୫୦ ଟଙ୍କା ଆଦାୟ କରାଯାଇଛି। ସେହିପରି ୨୨୨ ଗୋଟି ରାଜସ୍ୱ ମାମଲାର ବିଚାର କରାଯାଇ ସେଥିମଧ୍ୟରୁ ୨୨୦ଟିର ସମାଧାନ କରାଯାଇପାରିଛି। ଅନ୍ୟାନ୍ୟ ୩୯ ଗୋଟି ଆନୁଷଙ୍ଗିକ ମାମଲା ଯାହାକି ଅର୍ଦ୍ଧନ୍ୟାୟିକ କର୍ତ୍ତୃପକ୍ଷଙ୍କ ବିଚାରାଧୀନ ରହିଛି ସେଥିମଧ୍ୟରୁ ୭ ଗୋଟି ମାମଲାର ଫଇସଲା କରାଯାଇଛି। ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍‌‌, ପାରିବାରିକ ଅଦାଲତ୍‌‌ ବିଚାରପତି, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ, ଏବଂ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌‌ଙ୍କ ଇଜ୍‌‌ଲାସରେ ମାମଲା ଗୁଡ଼ିକର ବିଚାର କରାଯାଇଥିଲା।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories