www.samajalive.in
Monday, December 15, 2025
27.1 C
Bhubaneswar

ଜାତୀୟ ସେବା ଯୋଜନା ପକ୍ଷରୁ ତମାଖୁ ନିରୋଧ କର୍ମଶାଳା

ଗୋପାଳପୁର: ବ୍ରହ୍ମୁପୁର ବିଶ୍ବବିଦ୍ୟାଳୟ ଜାତୀୟ ସେବା ଯୋଜନ ପକ୍ଷରୁ ନୂତନ ସମ୍ମିଳନୀ କକ୍ଷରେ ତମାଖୁ ନିରୋଧ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ରୋଟାରୀ କ୍ମବ ସେଣ୍ଟ୍ରାଲ ସହଯୋଗରେ ଆୟୋଜିତ କର୍ମଶାଳାକୁ କୁଳିପତି ପ୍ରଫେସର ଗୀତାଞ୍ଜଳୀ ଦାଶ ଶୂଭାରମ୍ଭ କରିବା ସହ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କ୍ୟାମ୍ପସକୁ ତମାଖୁ ମୁକ୍ତ କରିବା ପାଇଁ ଆହ୍ବାନ ଦେଇଥିଲେ।ବିଶିଷ୍ଟ ଛାତିରୋଗ ବିଶେଷଜ୍ଞ ପ୍ରଫେସର ନାରାୟଣ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତମାଖୁ ସେବନର କୁପ୍ରଭାବ ଓ ଏହାଦ୍ବାରା ସୃଷ୍ଟି ହେଉଥିବା ବିଭିନ୍ନ ରୋଗର ଲକ୍ଷଣ ସଂପର୍କରେ ବିସୃତ ଭାବେ ଆଲୋଚନା କରିଥିଲେ। ସେ ବିଶ୍ବବିଦ୍ୟାଳୟରେ ଆରମ୍ଭ ହୋଇଥିବା ତମାଖୁ ନିରୋଧ ଅଭିଯାନକୁ ପ୍ରଶଂସା କରିବା ସହ ଏହାକୁ ଅଧିକ ବ୍ୟାପକ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ସୁଶାନ୍ତ କୁମାର ବରାଳ ଓ ରୋଟାରୀ କ୍ମବ ସେଣ୍ଟ୍ରାଲ ସଭାପତି ମୋହନ ସୁବୁଦ୍ଧି ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ। ଏନଏସଏସ ସଂଯୋଜକ ଡକ୍ଟର ଜୟନ୍ତ କୁମାର ପଣ୍ଡାଙ୍କ ତତ୍ତ୍ବାବଧାନରେ ଆୟୋଜିତ ଏହି କର୍ମଶାଳାରେ ବିଭିନ୍ନ ବିଭାଗରୁ ଦୁଇଶହରୁ ଅଧିକ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଓ ଅଧ୍ୟାପିକାମାନେ ଯୋଗ ଦେଇଥିଲେ।

Hot this week

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories