www.samajalive.in
Sunday, December 14, 2025
23.1 C
Bhubaneswar

ଶିଶୁ ମହୋତ୍ସବ ସୁରଭି ଓ ମିଲେଟ ପ୍ରତିଯୋଗିତା ଅନୁଷ୍ଠିତ

ରାମନାଗୁଡା: ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଓଡ଼ିଶା ଆର୍ଦଶ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି – ୨୦୨୩ ଓ ଓଡ଼ିଶା ମିଲେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ଉଦଘାଟନ କାର୍ଯ୍ୟକ୍ରମରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୂଜନ ମଲ୍ଲିକ ସଭାପତିତ୍ବରେ ଅନୁଷ୍ଠିତ ଏହି ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଶା ଆର୍ଦଶ ବିଦ୍ୟାଳୟ ଅଧ୍ୟକ୍ଷ ସେଲୋଭେଷ୍ଟର ସୋରେଙ୍ଗ ଯୋଗ ଦେଇଥିଲେ। ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ, ବିଡ଼ିଓ ପ୍ରଦ୍ୟୁମ୍ନ ମଣ୍ଡଳ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ପୂର୍ବରୁ ବିଭିନ୍ନ କ୍ଲଷ୍ଟର ସ୍ତରରେ ଅନୁଷ୍ଠିତ ହୋଇଥିବା ସୁରଭି କାର୍ଯ୍ୟକ୍ରମରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ଆଜିର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଚଳିତ ବର୍ଷ ସୁରଭି କାର୍ଯ୍ୟକ୍ରମରେ ଓଡିଶା ମିଲେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଏହି ପ୍ରତିଯୋଗିତାରେ ପ୍ରବନ୍ଧ, ଚିତ୍ରାଙ୍କନ, ହସ୍ତାକ୍ଷର, ବକୃତା, ନୃତ୍ୟ ଆଦି ପ୍ରତିଯୋଗିତାରେ ଯେଉଁ କ୍ଲଷ୍ଟର ସ୍ତରରେ ପ୍ରଥମ ହୋଇଥିବା ପ୍ରତିଯୋଗୀମାନେ ବ୍ଲକସ୍ତର ପ୍ରତିଯୋଗିତାରେ ଭାଗ ନେଇଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories