www.samajalive.in
Sunday, December 14, 2025
19.1 C
Bhubaneswar

ଗୋପାଳପୁର କଲେଜରେ ଖେଳକୁଦ ପ୍ରତିଯୋଗୀତା

ଗୋପାଳପୁର: ଗୋପାଳପୁର କଲେଜରେ ଆଜି ଅଧକ୍ଷ ଡ଼. ରାମ ଚନ୍ଦ୍ର ପଣ୍ଡାଙ୍କ ଅଧକ୍ଷତାରେ ଖେଳକୁଦ ପ୍ରତିଯୋଗୀତା ଗୋପାଳପୁର ମିନି ଷ୍ଟାଡିଅମ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୦୦,୨୦୦ ମିଟର ଦୌଡ଼, ଉଚ୍ଚ ଡିଆଁ, ଲମ୍ବ ଡିଆଁ, ଡିସ୍କୋସଥ୍ରୋ, ସଟଫୁଟ, ଶ୍ଲୋ ସାଇକଲ, ଜାଭଲିନ ଥ୍ରୋ, ମ୍ୟୁଜିକାଲ ଚେର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ କଲେଜ ପରିଚାଳନା କମିଟିର ସଭାପତି ସି. ଏଚ. ଦିଲେଶ୍ଵର ରେଡି, ସମ୍ମାନିତ ଅତିଥି ଭାବେ ଏନ ଏ ସି ଅଧକ୍ଷ ଏ. ଜାନକୀ ରାମ ଯୋଗ ଦେଇ ଏହାର ଉଦଘାଟନ କରିବା ସହ ପାଠପଢ଼ା ସହ ଖେଳକୁଦ ପ୍ରତି ଗୁରୁତ୍ୱ ଦେବା ଏବଂ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ସହାୟକ ହୋଇପାରିବ ବୋଲି ପରାମର୍ଶ ଦେଇଥିଲେ। ଖେଳ ସଂଯୋଜକ ଡ଼. ଗିରିସ ଚନ୍ଦ୍ର ବେହେରା, ଖେଳ ଶିକ୍ଷକ ଶ୍ରୀନିବାସ ସାବତ ପରିଚାଳନା କରିଥିବା ବେଳେ କଲେଜର ସମସ୍ତ ପ୍ରାଧ୍ୟାପକ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories