www.samajalive.in
Monday, December 15, 2025
16.1 C
Bhubaneswar

ବ୍ଲକସ୍ତରୀୟ ସୁରଭି ଓ ମିଲେଟ ପ୍ରତିଯୋଗିତା ଅନୁଷ୍ଠିତ

କଲମପୁର: କଲମପୁର ବ୍ଲକ ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ସୁରଭି ୨୦୨୩ ଓ ମିଲେଟ ପ୍ରତିଯୋଗିତା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ପଣ୍ଡିଗାଁ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଲମପୁର ସମିତି ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ନିବେଦିତା ହଂସ, ପଣ୍ଡିଗାଁ ସରପଞ୍ଚ କବିତା ଜୈନ ପ୍ରମୁଖ ଯୋଗ ଦେଇଥିଲେ। ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ମଧୁସ୍ମିତା ନାଏକ ଅଧ୍ୟକ୍ଷତା କରିଥିବା ବେଳେ ବି ଆର୍ ସି ସି ହେମନ୍ତ କୁମାର ପଣ୍ଡା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସମସ୍ତ ଛ’ଟି କ୍ଲଷ୍ଟରରେ ପ୍ରଥମ ବିବେଚିତ ପ୍ରତିଯୋଗୀ ତିନୋଟି ଗୃପ କନିଷ୍ଠ, ବରିଷ୍ଠ ଏବଂ ସୁପର ସିନିୟରରେ ଅଂଶଗ୍ରହଣ କରିଥିଲେ। ମୋଟ ୨୭ଟି ଇଭେଣ୍ଟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟ ଅପରାହ୍ନ ସମୟରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା ଏଥିରେ ସମସ୍ତ ବିଭାଗର ଛାତ୍ରଛାତ୍ରୀ ସାମାଜିକ ସୁରକ୍ଷା ଓ ନାରୀଙ୍କୁ ସମ୍ମାନ ସମ୍ବନ୍ଧୀୟ ବିଭିନ୍ନ ନୃତ୍ୟ ଓ ନାଟକ ପରିବେଷଣ କରିଥିଲେ। ଅବସର ପ୍ରାପ୍ତ ଶିକ୍ଷକ ତଥା ଲୋକକବି ଦୟାନିଧି ବଣୁଆ,ନାଟକ ରଚୟିତା ନାସିର ଅଲ୍ଲୀ, ଶିକ୍ଷକ ବାବୃବାହାନ ବାଗ ବିଚାରପତି ଭାବରେ ମୂଲ୍ୟାଙ୍କନ କରିଥିଲେ ଓ ଶେଷରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories