www.samajalive.in
Sunday, December 14, 2025
19.1 C
Bhubaneswar

ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଜନତା ଉଚ୍ଚ ବିଦ୍ୟାଳୟ ଠାରେ ୧୪ ବର୍ଷରୁ କମ୍ ଓ ୧୭ ବର୍ଷରୁ କମ ବାଳକ ବାଳିକାଙ୍କୁ ନେଇ ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା ପ୍ରଧାନ ଶିକ୍ଷକ ଅଦନ ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ପୁଷ୍ପଲତା ସିଂ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ବ୍ଲକର କ୍ରୀଡା ସଭାପତି ତଥା ଶିକ୍ଷା ଅଧିକାରୀ ମିଶ୍ରlଣୀ କୁମ୍ଭାର, ବ୍ଲକ କ୍ରୀଡା ସମ୍ପାଦକ ଲବ ସାହୁ ଓ ଅବସର ପ୍ରାପ୍ତ ଖେଳ ଶିକ୍ଷକ କିଶୋର ସାହୁ ମଞ୍ଚାସିନ ଥିଲେ। କ୍ରୀଡା ସମ୍ପାଦକ ଶ୍ରୀ ସାହୁ ଅତିଥି ପରିଚୟ ପ୍ରଦାନ ଓ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ପ୍ରତିଯୋଗିତାରେ ଉଭୟ ବର୍ଗର ମୋଟ ୩୨୦ ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ। ୧୪ ବର୍ଷରୁ କମ ବାଳକ ଓ ବାଳିକା ବିଭାଗ ପାଇଁ ୧୦୦, ୨୦୦, ୪୦୦ ଓ ୬୦୦ ମିଟର ଦୌଡ, ଲମ୍ବା ଡିଆଁ, ଉଚ୍ଚ ଡିଆଁ, ଡ଼ିଷ୍କସ୍ ଥ୍ରୋ ଓ ସଟପୁଟ ଆଦି ପ୍ରତିଯୋଗିତା ରହିଥିବା ବେଳେ ୧୭ ବର୍ଷରୁ କମ ବାଳକ ଓ ବାଳିକା ବିଭାଗ ପାଇଁ ୧୦୦, ୨୦୦, ୪୦୦, ୮୦୦, ୧୫୦୦, ୩୦୦୦ ମିଟର ଦୌଡ, ଲମ୍ବା ଡିଆଁ, ଉଚ୍ଚ ଡିଆଁ, ଡିସ କସ୍ ଓ ସଟ୍ ପୁଟ ଆଦି ପ୍ରତିଯୋଗିତା ରହିଥିବା ବେଳେ କେବଳ ବାଳକ ମାନଙ୍କ ପାଇଁ ଜେଭଲିନ ଥ୍ରୋ ଓ ଟ୍ରିପଲ୍ ଡିଆଁ ପ୍ରତିଯୋଗିତା ରହିଥିଲା। ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ୨୫ ଜଣ ଖେଳ ଶିକ୍ଷକ ଶିକ୍ଷୟିତ୍ରୀ ଖେଳ ପରିଚାଳନାରେ ସହଯୋଗ କରିଥିଲେ। ଏଥିରୁ ୨୫ ଜଣ ଛାତ୍ର ଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରୁ ମନୋନୀତ ହୋଇ ଜିଲ୍ଲାସ୍ତରରେ ଅଂଶଗ୍ରହଣ କରିବେ। ଆସନ୍ତା ୩୧ ତାରିଖରେ ଭଟଲି ବ୍ଲକର ନୂଆଗଡ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ହେବ ବୋଲି ଜଣାପଡିଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories