www.samajalive.in
Monday, December 15, 2025
16.1 C
Bhubaneswar

ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାରେ ଅଭିଯୁକ୍ତକୁ ୩ ବର୍ଷ ଜେଲଦଣ୍ଡ

କେନ୍ଦୁଝରଗଡ଼: ଜଣେ ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ପାଇଁ ଉଦ୍ୟମ କରିବା ସହ ଧମକଚମକ ଦେବା ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ କେନ୍ଦୁଝର ଫାଷ୍ଟ ଟ୍ରାକ୍‌‌ କୋର୍ଟ ପକ୍ଷରୁ ୩ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି। ତୁରୁମୁଙ୍ଗା ଥାନା ଅଧିନ ମାନପୁର ଗ୍ରାମର ଜଣେ ୧୭ ବର୍ଷୀୟା ନାବାଳିକା ଯୁକ୍ତ ୨ ପରୀକ୍ଷା ନିମନ୍ତେ ଘରେ ରହି ପ୍ରସ୍ତୁତ ହେଉଥିବା ବେଳେ ଘରେ କେହିନଥିବା ସୁଯୋଗ ଉଣ୍ଡି ପଡୋଶୀ ମୟୁରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧିନ ଆମ୍ବଦୁମା ଗ୍ରାମର ବୁଲୁ ପାତ୍ର (୨୫) ଓ ଭଅଁରା ଗ୍ରାମର ରୁଦ୍ର ଦେହୁରୀ ୨୦୧୫ ଡିସେମ୍ବର ୧୫ ଅପରାହ୍ନରେ ଜୋର ଜବରଦସ୍ତ ଘରେ ପଶି ଧମକଚମକ ଦେବା ସହ ଦୁଷ୍କର୍ମ ଉଦ୍ୟମ କରିଥିବା ନେଇ ପରଦିନ ପୀଡିତାଙ୍କ ବାପା ସ୍ଥାନୀୟ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୁଲିସ ପକ୍ଷରୁ ତଦନ୍ତ କରାଯାଇ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ଶୁକ୍ରବାର ଏହି ମାମଲାର ଚୂଡାନ୍ତ ଶୁଣାଣୀ କରି ୯ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ୨ ଅଭିଯୁକ୍ତ ବୁଲୁ ଓ ରୁଦ୍ରଙ୍କୁ ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ଦୋଷୀ ସାବ୍ୟସ୍ତ କରି ଉଭୟଙ୍କୁ ୩ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ହଜାର ଟଙ୍କା ଲେଖାଏଁ ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୨ମାସ ସଶ୍ରମ କାରାଦଣ୍ଡାଦେଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories