www.samajalive.in
Sunday, December 14, 2025
23.1 C
Bhubaneswar

ସୌର ଚାଳିତ ଜଳ ପ୍ରକଳ୍ପ ଅଚଳ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବ୍ଳକର ତଲାରିମାହା ଗ୍ରାମପଞ୍ଚାୟତ ଅନ୍ତର୍ଗତ ତଳ ବାଲୁମାହା ଠାରେ ଦୀର୍ଘ ୧ ବର୍ଷରୁ ଉର୍ଦ୍ଧ୍ଵ ସମୟ ହେବ ସୌର ଚାଳିତ ଜଳ ପ୍ରକଳ୍ପ ଅଚଳାବସ୍ଥାରେ ଅଛି ଯାହାଦ୍ୱାରା ଉକ୍ତ ଗ୍ରାମର ଜନସାଧାରଣ ମାନେ ପାନୀୟଜଳ ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ପ୍ରକଳ୍ପକୁ ମରାମତି କରିବା ପାଇଁ ଗ୍ରାମବାସୀମାନେ ବାରମ୍ବାର ପ୍ରଶାସନିକ ଅଧିକାରୀମାନଙ୍କୁ ଅବଗତ କରାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ପ୍ରକଳ୍ପ ମରାମତି କରାଯାଇନାହିଁ। ଘଟଣା ସମ୍ପର୍କରେ ଗଟାମାହା ଗ୍ରାମରେ ଯୁବ ଗବେଷକ ତଥା ସମାଜସେବୀ ରାଜେଶ କୁମାର ବଗର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ସୋସିଆଲ ମିଡ଼ିଆ ଅଭିଯୋଗ ପ୍ରକୋଷ୍ଠକୁ ଟ୍ୱିଟ କରି ଅବଗତ କରାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ବିଭାଗୀୟ କର୍ତୁପକ୍ଷଙ୍କ ତରଫରୁ କୌଣସି ପଦକ୍ଷେପ ନିଆଯାଇ ନାହିଁ ତେଣୁ ଯଥାଶୀଘ୍ର ଉକ୍ତ ପ୍ରକଳ୍ପକୁ ମରାମତି କରି ଗ୍ରାମବାସୀ ମାନଙ୍କୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଇ ଦେବା ପାଇଁ ଗ୍ରାମବାସୀମାନେ ବିଭାଗୀୟ କର୍ତୁପକ୍ଷଙ୍କ ନିକଟରେ ଦାବି କରିଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories