www.samajalive.in
Sunday, December 14, 2025
26.1 C
Bhubaneswar

ବାଇକ ଚୋରି ମାମଲାରେ ଜଣେ ଗିରଫ

ଗୋପାଳପୁର: ଗୋପାଳପୁର ପୁଲିସ ବାଇକ ଚୋରି ମାମଲାରେ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ନାରାୟଣପୁର ଗ୍ରାମର ଶ୍ରୀଧର ବେହେରା। ସୂଚନା ପ୍ରକାରେ ଡୁରା଼ ଗ୍ରାମ ସ୍ଥିତ ବ୍ୟାଙ୍କ କୋଲାନିର ଜୟ ରେଡି ଚଳିତ ମାସ ୨୩ ତାରିଖରେ ନିଜ ଘର ସମ୍ମୁଖରେ ନିଜର ବାଇକ ରଖିଥିଲେ। ୨୪ ତାରିଖ ସକାଳୁ ବାଇକଟି ନଥିବାରୁ ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପ୍ରକାରେ ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଥିବା ବେଳେ ଆଜି ପଥରା ଛକରେ ଗାଡ଼ି ଯାଞ୍ଚ ସମୟରେ ଅଭିଯୁକ୍ତ ଶ୍ରୀଧରକୁ କାବୁ କରିବା ସହ ତାହା ନିକଟରୁ ଚୋରି ବାଇକ ଉଦ୍ଧାର ସହ କୋର୍ଟ ଚାଲାଣ କରିଥିବା ପୁଲିସ କହିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories