www.samajalive.in
Sunday, December 14, 2025
26.1 C
Bhubaneswar

ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ

ରେଙ୍ଗାଲି: ରେଙ୍ଗାଲି ରବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ଆଜି ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଇଛି। ପରିଷଦର ସଭାପତି ଦୁର୍ଯ୍ୟୋଧନ ଗରଡିଆଙ୍କ ସଭାପତିତ୍ବ ଏବଂ ସମ୍ପଦକ ଅନ୍ତର୍ଯ୍ୟାମୀ ପାଣିଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ସ୍ବରାଷ୍ଟ୍ର ମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ପୂର୍ଵତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ ଏବଂ ଦୀପ ପ୍ରଜ୍ୱଳନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରଯାଇଥିଲା। ସ୍ୱାଧୀନ ଭାରତର ଏକତା ଅଖଣ୍ଡତା ପାଇଁ ଉଭୟଙ୍କ ତ୍ୟାଗ ଓ ଅବଦାନ ଚିର ସ୍ମରଣୀୟ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ପରିଷଦର ପୂର୍ବତନ ସଭାପତି ବସନ୍ତ ନାୟକ, ଅବସରପ୍ରାପ୍ତ ବିଆର୍ସି ବିନୋଦ ବିହାରୀ ନନ୍ଦ, ସାଲେଗ୍ରାମ ସାହୁ, ଆଶା କର୍ମୀ ରିତା ଭୁଏ, ଇନ୍ଦ୍ରମଣି ଖଡିଆ, ଶିବ ପ୍ରସାଦ ସିଂହ, ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories