www.samajalive.in
Friday, December 12, 2025
14.1 C
Bhubaneswar

ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ

ରେଙ୍ଗାଲି: ରେଙ୍ଗାଲି ରବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ଆଜି ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଇଛି। ପରିଷଦର ସଭାପତି ଦୁର୍ଯ୍ୟୋଧନ ଗରଡିଆଙ୍କ ସଭାପତିତ୍ବ ଏବଂ ସମ୍ପଦକ ଅନ୍ତର୍ଯ୍ୟାମୀ ପାଣିଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ସ୍ବରାଷ୍ଟ୍ର ମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ପୂର୍ଵତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ ଏବଂ ଦୀପ ପ୍ରଜ୍ୱଳନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରଯାଇଥିଲା। ସ୍ୱାଧୀନ ଭାରତର ଏକତା ଅଖଣ୍ଡତା ପାଇଁ ଉଭୟଙ୍କ ତ୍ୟାଗ ଓ ଅବଦାନ ଚିର ସ୍ମରଣୀୟ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ପରିଷଦର ପୂର୍ବତନ ସଭାପତି ବସନ୍ତ ନାୟକ, ଅବସରପ୍ରାପ୍ତ ବିଆର୍ସି ବିନୋଦ ବିହାରୀ ନନ୍ଦ, ସାଲେଗ୍ରାମ ସାହୁ, ଆଶା କର୍ମୀ ରିତା ଭୁଏ, ଇନ୍ଦ୍ରମଣି ଖଡିଆ, ଶିବ ପ୍ରସାଦ ସିଂହ, ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories