www.samajalive.in
Monday, December 15, 2025
27.1 C
Bhubaneswar

ମିଲେଟ ବର୍ଷ ପାଳନ ଅବସରରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ

ଫୁଲବାଣୀ: ଆନ୍ତର୍ଜାତୀୟ ମିଲେଟ ବର୍ଷ ପାଳନ ଅବସରରେ ଫୁଲବାଣୀ ଠାରେ ଥିବା କନ୍ଧମାଳ ଷ୍ଟାଡିୟମରେ ଏକ ବନ୍ଧୁତ୍ୱପୁର୍ଣ୍ଣ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଫୁଲବାଣୀର ଟିମ୍ ଆସୋସିଏସନ୍ ଏବଂ ମିଡିଆ ଏକାଦଶ ମଧ୍ୟରେ ଅନୁଷ୍ଠିତ ଏହି ମ୍ୟାଚରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା କୃଷି ଅଧିକାରୀ ପ୍ରହଲ୍ଲାଦ କୁମାର ସେନାପତି ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିବା ବେଳେ ଏହି ଅବସରରେ ଜିଲ୍ଲା କ୍ରୀଡା ଅଧିକାରୀ ସମୀର କୁମାର ନାୟକ, ଜିଲ୍ଲା ପ୍ରେସ କ୍ଲବ୍ ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ବେହେରା, ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମହାରଣା ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କର ଉତ୍ସାହିତ କରିଥିଲେ। ଦୁର୍ଗାପ୍ରସାଦ ଭୁୟାଁ ଆସୋସିଏସନ୍ର ଅଧିନାୟକତ୍ବ କରିଥିବା ବେଳେ, ରଞ୍ଜନ କୁମାର ଦାସ ମିଡିଆ ଏକାଦଶ ଦଳର ଅଧିନାୟକତ୍ଵରେ ଉଭୟ ଦଳ ଉଚ୍ଚ କୋଟୀର ଖେଳ ପ୍ରଦର୍ଶନ କରିଥିଲେ। ଶେଷରେ ଟିମ୍ ଆସୋସିଏସନ୍ ବିଜେତା ହୋଇଥିବା ବେଳେ ମିଡିଆ ଏକାଦଶ ଉପବିଜେତା ହୋଇଥିଲା। ଉଭୟ ଦଳକୁ ମୁଖ୍ୟ ଅତିଥି ଏବଂ ଅନ୍ୟ ଅତିଥି ମାନଙ୍କ ଦ୍ବାରା ଟ୍ରଫି ପ୍ରଦାନ
କରାଯାଇଥିଲା।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories