www.samajalive.in
Sunday, December 14, 2025
23.1 C
Bhubaneswar

କନ୍ଧମାଳ ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ବୈଠକ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ତୃତୀୟ ପରିଷଦ ବୈଠକ ଆଜି ଫୁଲବାଣୀ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ରଦନ ମଲ୍ଲିକ ଯୋଗ ଦେଇ ଏବେ ସମୁଦାୟ ୨୩ ଗୋଟି ଜିଲ୍ଲାରେ ଏହି ପରିଷଦ ଗଠନ କରି ଜନଜାତି ଲୋକମାନଙ୍କର ସର୍ବାଙ୍ଗୀନ ଉନ୍ନତି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି ବୋଲି କହିଛନ୍ତି। ଏଥିରେ ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଫୁଲବାଣୀ ପ୍ରବୀଣ କୁମାର ବାଣୁଆ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପାଧ୍ୟକ୍ଷା ନଳିନୀ କହଁର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର ରଣଜିତ୍‌‌, ବାଲିଗୁଡ଼ା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରାଙ୍କ ସମେତ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସଭ୍ୟ ସଭ୍ୟା, ସରକାରୀ ପଦାଧିକାରୀ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories