www.samajalive.in
Sunday, December 14, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସଂପର୍କୀତ ଆଲୋଚନାଚକ୍ର

ଆଠଗଡ଼: ରାଜ୍ୟରେ ପ୍ରଥମଥର ଲାଗି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୩ ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି। ଏ ସଂପର୍କୀତ ଏକ ଆଲୋଚନାଚକ୍ର ବୁଧବାର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି। ଏଥିରେ ଆଠଗଡ଼ ଓ ତିଗିରିଆ ବ୍ଲକ ଅଧିନ ସମସ୍ତ ହାଇସ୍କୁଲର ପ୍ରଧାନଶିକ୍ଷକ ଏବଂ ଶିକ୍ଷାଧିକାରୀମାନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। କଟକ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ହେମନ୍ତ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ବିଡିଓ ପ୍ରଦୀପ କୁମାର ସାହୁ, ତହସିଲଦାର କ୍ଷେତ୍ରମୋହନ ସ୍ୱାଇଁ, କୃଷିମନ୍ତ୍ରୀଙ୍କ ବ୍ଲକ ପ୍ରତିନିଧି ରଞ୍ଜନ କୁମାର ଆଚାର୍ଯ୍ୟ, ଆଠଗଡ଼ ବ୍ଲକ ଶିକ୍ଷାଧିକାରୀ ବିଜୟଲକ୍ଷ୍ମୀ ସାମଲ ଓ ତିଗିରିଆ ବ୍ଲକ ଶିକ୍ଷାଧିକାରୀ ପ୍ରିୟରଞ୍ଜନ ହୋତା ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବା ପାଇଁ କେଉଁମାନେ ହକ୍‌‌ଦାର, ସେଥିପାଇଁ କଣ ମାନଦଣ୍ଡ ରହିଛି ଏବଂ ଏଥିପାଇଁ କିପରି ଆବେଦନ କରାଯିବ ସେ ସଂପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଚଳିତବର୍ଷ ଦଶମ ଶ୍ରେଣୀ ପାସ କରିଥିବା ମେଧାବୀ ଛାତ୍ରଛାତ୍ରୀ, ଭଲ ଫଳାଫଳ କରିଥିବା ବିଦ୍ୟାଳୟ, ଦକ୍ଷ ଶିକ୍ଷକ ଓ ପ୍ରଧାନଶିକ୍ଷକ(ଉଭୟ ମାଧ୍ୟମିକ ଓ ପ୍ରାଥମିକ ବିଦ୍ୟାଳୟ), ପରିଚାଳନା କମିଟି, ଜିଲ୍ଲା ଶିକ୍ଷାଧିକାରୀ, ବ୍ଲକ ଶିକ୍ଷାଧିକାରୀ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ପୁରାତନ ଛାତ୍ରଛାତ୍ରୀ କମିଟି, ବ୍ଲକ ପୁରସ୍କାର, ଜିଲ୍ଲା ପୁରସ୍କାର, ଗ୍ରାମପଞ୍ଚାୟତ ପୁରସ୍କାର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପୁରସ୍କାର ଆଦି ଚଳିତ ବର୍ଷ ପ୍ରଦାନ କରାଯିବ। ଏଥିପାଇଁ ନଭେମ୍ବର ୧୭ତାରିଖ ସୁଦ୍ଧା ଆବେଦନ କରିବା ଲାଗି ଏହି ବୈଠକରେ କୁହାଯାଇଥିଲା। ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଉଭୟ ବ୍ଲକ ଶିକ୍ଷାଧିକାରୀଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଥିଲା। ଏହି ବୈଠକରେ ୫-ଟି ବିଭାଗ ଦ୍ୱାରା ରୂପାନ୍ତିକରଣ ହୋଇଥିବା ବିଦ୍ୟାଳୟ ଗୁଡିକର ଅସୁବିଧା, ସମସ୍ୟା ଓ ଆବଶ୍ୟକତା ସଂପର୍କରେ ମଧ୍ୟ ଆଲୋଚନା କରାଯାଇ ସମାଧାନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି ଉପଜିଲ୍ଲାପାଳ ଶ୍ରୀ ତରାଇ ପ୍ରତିଶୃତି ଦେଇଥିଲେ। ପୂର୍ବତନ ଉପନଗରପାଳ ଲଳିତ ମୋହନ ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories