www.samajalive.in
Sunday, December 14, 2025
23.1 C
Bhubaneswar

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ

ବୌଦ୍ଧ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲାରେ ଆମ ଓଡିଶା, ନବୀନ ଓଡିଶା ଯୋଜନାର ଶୁଭାରମ୍ଭ କରିଛନ୍ତି। ବୌଦ୍ଧ ଜିଲ୍ଲାର ଦୁଇଟି ନିର୍ବାଚନ ମଣ୍ଡଳି କଣ୍ଟାମାଳ ଓ ବୌଦ୍ଧରେ ୩୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୧ ହଜାର ୧୫୯ଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁ ରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ମୂଳଭିତ୍ତି ଭୂମିକୁ ସୁଦୃଢ କରିବା ସହିତ ଡିଜିଟାଲ ଭିତିଭୂମିର ମଧ୍ୟ ବିକାଶ ହେବ। ଏକ ଆକାଂକ୍ଷୀ ଓଡ଼ିଶା ଗଠନ ପାଇଁ ଏହା ହେବ ମୂଳ ଭିତିଭୂମି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦବୋଧନ ଦେଇ କହିଥିଲେ ଯେ, ସଂସ୍କୃତିର ପ୍ରସାର, ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁ ଗୁଡିକୁ ବିକାଶର ଶିଖରରେ ପହଂଚାଇବ। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଗାଁ ଗାଁ ରେ ଆଧୁନିକ ଓଡ଼ିଶାର ଭିତ୍ତି ସ୍ଥାପନ କରିବ। ଆମର ସୁଦୃଢ ସାଂସ୍କୃତିକ ଭିତିଭୂମିକୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୁୃତ ଦିଗବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡ଼ିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଂଚିବ ଏବଂ ଆମେ ଗଢିିବା ନୂଆଁ ଓଡ଼ିଶା ନବୀନ ଓଡ଼ିଶା। ସବୁ ଗ୍ରାମର ବିକାଶ ସରକାରଙ୍କ ଲକ୍ଷ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକେ ସମସ୍ତେ ଶିକ୍ଷା ଓ ସ୍ୱାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ। ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ୱ ପ୍ରେମ, ଶାନ୍ତି, ସଦଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରି ପାରିଛି। ଗାଁରେ ଡିଜିଟାଲ ଭିତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁ ରେ ରହୁଥିବା ଲୋକଙ୍କୁ ଇଣ୍ଟର ନେଟ ସଂଯୋଗ ଓ ବ୍ୟାଙ୍କିଙ୍ଗ ସୁବିଧା ମିଳିବ।

ବୌଦ୍ଧ ଜିଲ୍ଲାର କଣ୍ଟାମାଳ ନିର୍ବାଚନ ମଣ୍ଡଳିରେ ୬ଟି ଗୁରୁତ୍ୱ ପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୧୨୮ କୋଟି ଟଙ୍କା ମଂଜୁର କରାଯାଇଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories