www.samajalive.in
Monday, December 8, 2025
27.1 C
Bhubaneswar

ବାର୍ଷିକୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ଚୌଦ୍ୱାର: ବାର୍ଷିକୋତ୍ସବ ଆୟୋଜନ ପାଇଁ ସ୍ଥାନୀୟ ଅବସରପ୍ରାପ୍ତ ଶିକ୍ଷକ ସଂଘର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ସଂଘ ସଭାପତି ଭାଗିରଥୀ ମିଶ୍ରଙ୍କ ପୌରୋହିତ୍ୟରେ କଳିଙ୍ଗ ବଜାର ତ୍ରିନାଥ ମନ୍ଦିରରେ ଆୟୋଜିତ ଏହି ବୈଠକରେ ସମ୍ପାଦକ ସୁକାନ୍ତ କୁମାର ମହାନ୍ତି ଉତ୍ସବ ଆୟୋଜନ ସମ୍ପର୍କିତ ସୂଚନା ପ୍ରଦାନ କରିଥିଲେ। ଆସନ୍ତା ଡିସେମ୍ବର ୯ ତାରିଖରେ ଓଟିଏମ୍‌‌ ହାଇସ୍କୁଲରେ ଉତ୍ସବ ଆୟୋଜନ ପାଇଁ ବୈଠକରେ ସ୍ଥିର କରାଯାଇ ଉତ୍ସବ ଏଥିପାଇଁ ଅତିଥି ନିମନ୍ତ୍ରଣ, ସାଂସ୍କୃତିକ କାର୍ଯ୍ୟକ୍ରମ, ପାଣ୍ଠି ସଂଗ୍ରହ, ବିଭିନ୍ନ ଅନୁଷ୍ଠାନ ସହ ଯୋଗାଯୋଗ ଆଦି ସମ୍ପର୍କରେ ସଦସ୍ୟମାନେ ବିସ୍ତୃତ ଆଲୋଚନା କରିଥିଲେ। ଏହି ଅବସରରେ ଶିକ୍ଷକ ମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇ ଅତିଥି ଶିକ୍ଷକ ମାନଙ୍କୁ ନିୟମିତ ମାସିକ ପ୍ରାପ୍ୟ ପ୍ରଦାନ ଓ ପ୍ରାକ୍ତନ ସରକାରୀ କର୍ମଚାରୀ ମାନଙ୍କୁ ଚିକିତ୍ସା ଭତ୍ତା ପ୍ରଦାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ସହ ସମ୍ପାଦକ ଜୟକୃଷ୍ଣ ସ୍ୱାଇଁ ବିବରଣୀ ପାଠ କରିଥିଲେ ଏବଂ ପୂର୍ଣ୍ଣଚନ୍ଦ୍ର ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ। ସଂଯୋଜକ ଅକ୍ଷୟ କୁମାର ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories