ବଢିବ ତାପମାତ୍ରା
ଭୁବନେଶ୍ୱର : ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ। ଏହାସହ ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି। ସୂଚନା ଅନୁଯାୟୀ, ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବା ସହ ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ ଅଳ୍ପ ବର୍ଷା ସହ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି।