ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ବୌଦ୍ଧ: ବୌଦ୍ଧ ଜିଲା ଷ୍ଟାଡ଼ିୟମ ଠାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଛି। ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଅବସରେ ଭିନ୍ନକ୍ଷମ ପିଲାମାନଙ୍କ ମଧ୍ୟରେ ଜିଲା ପାଠାଗାର ଠାରେ ମଧ୍ୟ ବିଭିନ୍ନ ପ୍ରତିଯୋଗିତା ମାନ ଆୟୋଜିତ ହୋଇଥିଲା। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ କ୍ରୀଡା ଓ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପଜିଲାପାଳ ରବିନ୍ଦ୍ର ନାଥ କହଁର, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଡକ୍ଟର ପ୍ରବୀର କୁମାର ଦାସ ପ୍ରମୁଖ ଯୋଗ ଦେଇଥିଲେ। ଅନୁଷ୍ଠିତ କ୍ରୀଡା ଓ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ଅଂଚଳରୁ ଭିନ୍ନକ୍ଷମ ପ୍ରତିଯୋଗୀମାନେ ଅଂଶ ଗ୍ରହଣ କରିଥିଲେ।

Comments are closed.