ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ

ବୌଦ୍ଧ: ବୌଦ୍ଧ ଜିଲ୍ଲା ସଦର ବ୍ଳକ ଅନ୍ତର୍ଗତ ବ୍ରାହ୍ମଣିପାଲି ଓ ମୁଣ୍ଡାପଡା ଠାରେ ଶନିବାର ଦିନ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଛି। ବ୍ରାହ୍ମଣିପାଲି ଓ ମୁଣ୍ଡାପଡା ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ରଥକୁ ଉଭୟ ପଂଚାୟତରେ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବ୍ରାହ୍ମଣିପାଲି ସରପଂଚ ଅରୁଣ ବାଘ, ମୁଣ୍ଡାପଡା ସରପଂଚ ରାଜଲକ୍ଷ୍ମୀ ସ୍ୱାଇଁ, ନିର୍ବାହୀ ଅଧିକାରୀ ଯତୀନ ମିଶ୍ର ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ବାର୍ତା ପ୍ରସାରଣ ପରେ ବିକଶିତ ଭାରତ ସଙ୍କଳ୍ପ ନେଇ ସମସ୍ତେ ଶପଥ ପାଠ କରିଥିଲେ। ଏହି ଅବସରରେ ଉପସ୍ଥିତ ସମସ୍ତଙ୍କୁ ବିଭିନ୍ନ କେନ୍ଦ୍ରୀୟ ଯୋଜନା ଉପରେ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସାଧାରଣ ଲୋକେ, ଅଂଗନାବାଡି କର୍ମୀ, ଆଶା ଦିଦି ଓ ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ଉପସ୍ଥିତ ଥିଲେ।

Comments are closed.