ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ବ୍ଲକସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା

ଫୁଲବାଣୀ/ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ବ୍ଲକସ୍ତରୀୟ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଛି। ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ସଂଯୋଜକ ମିହିରକାନ୍ତ ତ୍ରିପାଠୀ ଓ କାମିନୀକାନ୍ତ ମହାପାତ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମୁଖ୍ୟଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟ୍ୟରେ ଜିଲ୍ଲାପରିଷଦ ସଭ୍ୟ ନୀଳଗିରି ଦିଗାଲ, ଗୋଷ୍ଠୀ ଶିକ୍ଷାଅଧିକାରୀ ଅଶୋକ କୁମାର ମିଶ୍ର, ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଶିବାଜୀ କହଁର ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଥିଲେ I କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଏହି ଅବସରରେ ତିନିଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ହୁଇଲ ଚେୟାର ଓ ସମସ୍ତ ଛାତ୍ର ଛାତ୍ରୀଙ୍କୁ ବିଧାୟକଙ୍କ ସହ ଅନ୍ୟ ଅତିଥି ମାନେ କମ୍ବଳ ବଣ୍ଟନ କରିଥିଲେ।

Comments are closed.