www.samajalive.in
Monday, December 15, 2025
17.1 C
Bhubaneswar

ରାଧାନାଥ ଜୟନ୍ତୀରେ ରକ୍ତଦାନ ଶିବିର

ଆଠଗଡ଼: ଆଠଗଡ଼ ମାଟିର ବରପୁତ୍ର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, ସମାଜର ପୂର୍ବତନ ସଂପାଦକ ପଦ୍ମଭୂଷଣ ଡଃ ରାଧାନାଥ ରକ୍ତଙ୍କ ଜୟନ୍ତୀ ଅବସରରେ ସମସରପୁରଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଜୁ ଯୁବ, ଛାତ୍ର ଓ ମହିଳା ଜନତା ଦଳ, ଜୀବନବିନ୍ଦୁ ଏବଂ ଓଡ଼ିଶା ମୋ ପରିବାରର ମିଳିତ ଆନୁକୁଲ୍ୟରେ ସାବିତ୍ରୀ ରଥ ବିଦ୍ୟାପୀଠ ପରିସରରେ ଆୟୋଜିତ ଏହି ରକ୍ତଦାନ ଶିବିରକୁ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉଦ୍‌‌ଘାଟନ କରିଥିଲେ। ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଡଃ ରାଧାନାଥ ରଥ ସେବା, ତ୍ୟାଗ ଓ ତପସ୍ୟାର ଶ୍ରେଷ୍ଠ ପ୍ରତୀକ ବୋଲି ମତବ୍ୟକ୍ତ କରିବା ସହ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଯୁବସମାଜ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ଆହ୍ୱାନ ଜଣାଇଥିଲେ। ସମସରପୁର ପଞ୍ଚାୟତ ବିଜେଡି ସଭାପତି ନିରଞ୍ଜନ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ସଦସ୍ୟା ଶାନ୍ତିଲତା ବେହେରା, ସାବିତ୍ରୀ ରଥ ବିଦ୍ୟାପୀଠର ପ୍ରଧାନଶିକ୍ଷକ ସୂର୍ଯ୍ୟମଣି ବେହେରା, ସ୍କୁଲ ପରିଚାଳନା କମିଟି ସଭାପତି ପ୍ରଫୁଲ୍ଲ କୁମାର ଗଣ୍ଠିଆ ଏବଂ ରାଧାନାଥ ରଥଙ୍କ ଘନିଷ୍ଠ ସହଯୋଗୀ ଶତାୟୁ ସମାଜସେବୀ କଣ୍ଡୁରୀ ଚରଣ ନାୟକ ପ୍ରମୁଖ ଯୋଗଦେଇ ଡଃ ରଥଙ୍କ ତ୍ୟାଗପୁତ ଜୀବନାଦର୍ଶ ସଂପର୍କରେ ଆଲୋକପାତ କରିଥିଲେ। ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ସମେତ ଅନ୍ୟ ଅତିଥିଗଣ ବିଦ୍ୟାଳୟ ପରିସରରେ ପ୍ରତିଷ୍ଠିତ ଡଃ ରଥଙ୍କ ସମେତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଓ ସାବିତ୍ରୀ ରଥଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହି ରକ୍ତଦାନ ଶିବିରରେ ମୋଟ ୧୩୬ୟୁନିଟ ରକ୍ତ ସଂଗୃହିତ ହୋଇଥିଲା। ରକ୍ତଦାନ ଶିବିରକୁ ସନାତନ ରାଉତ, ଅଶୋକ କୁମାର ପ୍ରଧାନ, ସଂଜୟ କୁମାର ନାୟକ, ପ୍ରଭଞ୍ଜନ ସେଠୀଙ୍କ ସମେତ ବହୁ ମହିଳା, ଯୁବକ ଓ ଛାତ୍ର ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories