www.samajalive.in
Saturday, December 6, 2025
26.1 C
Bhubaneswar

ଦୁଇ ଗୋଷ୍ଠୀ ଗଣ୍ଡଗୋଳ , ୨ ଗୁରୁତର

ପାରାଦୀପ : ଜଗତସିଂହପୁର ଜିଲା ପାରାଦୀପ କୁଜଙ୍ଗ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଡ଼୍ରାମା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ହାତାହାତି ହୋଇ ହୋଇଛନ୍ତି। ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ କୁଜଙ୍ଗ ସାହାଡ଼ିଆ ଅଞ୍ଚଳରେ ଏକ ଡ଼୍ରାମା ଆୟୋଜନ ହୋଇଥିଲା। ସେହି ସମୟରେ କୌଣସି କାରଣରୁ ସେଠାରେ ଉପସ୍ଥିତ ଥିବା ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଗୋଟିଏ ପକ୍ଷରୁ କିଛି ବ୍ୟକ୍ତି ଅନ୍ୟ ପକ୍ଷକୁ ଆକ୍ରମଣ କରିଥିଲେ। ଫଳରେ ଦୁଇପକ୍ଷ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ୪ ଜଣ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କଟକ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଏହି ଗଣ୍ଡଗୋଳ ପାଇଁ ଡ଼୍ରାମାକୁ ଅଧାରୁ ବନ୍ଦ କରିବା ସହ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ବଚସା ହୋଇଥିବା ଦୁଇ ଗୋଷ୍ଠୀ ଭିନ୍ନ ଭିନ୍ନ ରାଜନୈତିକ ଦଳର ହୋଇଥିବାରୁ ଏହି ଘଟଣା ଘଟିଥିବା ଜଣାପଡ଼ିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories