କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଅଗ୍ନିକାଣ୍ଡ ହୋଇଛି। ଏହି ଅଗ୍ନିକାଣ୍ଡରୁ ରୋଗୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ମେଡ଼ିକାଲର ନ୍ୟୁଟ୍ରିସନାଲ ଥଇଥାନ କେନ୍ଦ୍ରରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ନେଇ ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଯାବତ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରି ନାହିଁ।
ମେଡ଼ିକାଲରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ
Popular Categories



