www.samajalive.in
Sunday, December 7, 2025
13.1 C
Bhubaneswar

ଭୁବନେଶ୍ୱରରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ

ଭୁବନେଶ୍ୱର: ଉପରାଷ୍ଟ୍ରପତି ଶ୍ରୀ ଭେଙ୍କେୟା ନାଇଡ଼ୁ ସୋମବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ସୋମବାର ସକାଳେ ସେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଅର୍ଥ ମନ୍ତ୍ରୀ ଶଶିଭୂଷଣ ବେହେରା ଏବଂ ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ପଦାଧିକାରୀମାନେ ବିମାନବନ୍ଦରରେ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ପରେ ଉପରାଷ୍ଟ୍ରପତି ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯାଇଥିଲେ। ସେ ଆଜି ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ୧୦ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେଇଛନ୍ତି। ଏହାସହ ଭାରତୀୟ ଯୁବଶକ୍ତି ଟ୍ରଷ୍ଟ ପକ୍ଷରୁ ରେଳ ଭବନରେ ଆୟୋଜିତ ଏକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରରେ ବିଭିନ୍ନ ସ୍ଥାନରେ ୨୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବା ସହ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories