www.samajalive.in
Sunday, December 7, 2025
15.1 C
Bhubaneswar

‘ନିର୍ମାଣ ଶ୍ରମିକ ସେବା ସପ୍ତାହ – ୨୦୨୦’ ; ରାଜ୍ୟସ୍ତରୀୟ ସମାରୋହକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଅଧୀନରେ ପରିଚାଳିତ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଦ୍ୱାରା ସାରା ରାଜ୍ୟରେ ମାର୍ଚ୍ଚ ୨ ରୁ ୮ ପର୍ଯ୍ୟନ୍ତ ‘ନିର୍ମାଣ ଶ୍ରମିକ ସେବା ସପ୍ତାହ- ୨୦୨୦’ ପାଳନ କରାଯାଉଛି। ଏହି ଉପଲକ୍ଷେ ସ୍ଥାନୀୟ ସ୍ବାଧୀନତା ସଂଗ୍ରାମୀ ପଡ଼ିଆରେ ଅନୁଷ୍ଠିତ ହେଉଥିବା ରାଜ୍ୟସ୍ତରୀୟ ସମାରୋହକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି।

ଏହି ଅବସରରେ ଉପସ୍ଥିତ ନିର୍ମାଣ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି, ଶ୍ରମିକମାନଙ୍କର ତ୍ୟାଗ ଓ ଅକ୍ଳାନ୍ତ ପରିଶ୍ରମ ଯୋଗୁଁ ଓଡ଼ିଶା ଆଜି ନିର୍ମାଣ ଓ ବିକାଶ କ୍ଷେତ୍ରରେ ଦ୍ରୁତଗତିରେ ଆଗେଇ ଚାଲିଛି। ଶ୍ରମିକମାନଙ୍କ ସର୍ବାଙ୍ଗୀନ ବିକାଶ ଏବଂ ବହୁବିଧ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ। ଶ୍ରମିକମାନଙ୍କର ସାମାଜିକ ସୁରକ୍ଷା ଏବଂ ସେମାନଙ୍କ କଲ୍ୟାଣ ନିମନ୍ତେ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେ ଅଣସଙ୍ଗଠିତ ଶ୍ରମିକ ହେଉ, ପ୍ରବାସୀ ଶ୍ରମିକ ହେଉ କିମ୍ବା ନିର୍ମାଣ ଶ୍ରମିକ ହେଉ। ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ରେ ୨୯ ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକରଣ କରାଯାଇ ୧୫୧୮ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ଏହାଛଡ଼ା, ଓଡ଼ିଶା ସରକାରଙ୍କ ନିଷ୍ଠାପର ଉଦ୍ୟମ ଫଳରେ ୨୨ହଜାର ନିର୍ମାଣ ଶ୍ରମିକଙ୍କୁ ପକ୍କାଘର ଯୋଗାଇ ଦିଆଯାଇଛି। ନିର୍ମାଣ ଶ୍ରମିକମାନଙ୍କ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବାରେ ଆମ ରାଜ୍ୟ ଭାରତ ବର୍ଷରେ ଆଜି ଏକ ଅଗ୍ରଣୀ ରାଜ୍ୟ। ନିର୍ମାଣ ଶ୍ରମିକ ଯୋଜନାର ସଫଳ ରୂପାୟନ ପାଇଁ ପାଞ୍ଚ ଗୋଟି ସେବା ଯଥା- ଶିକ୍ଷା ସହାୟତା, ବିବାହ ସହାୟତା, ପ୍ରସୂତୀ କାଳୀନ ସହାୟତା, ମୃତ୍ୟୁ କାଳନୀ ସହାୟତା ଓ ଅନ୍ତ୍ୟେଷ୍ଟିକ୍ରିୟା ସହାୟତାକୁ “ମୋ ସରକାର” କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ଏହା ଦ୍ୱାରା ଜନସାଧାରଣ ଓ ସରକାରଙ୍କ ମଧ୍ୟରେ ସମ୍ପର୍କକୁ ଅଧିକ ମଜଭୁତ କରିବା ସହ ଜନସାଧାରଣଙ୍କ ପ୍ରତି ପ୍ରଶାସନର ଆସ୍ଥା ଓ ପ୍ରତିଶ୍ରୁତିବଦ୍ଧତା ବୃଦ୍ଧି ପାଇଛି। ନୂତନ ଜ୍ଞାନ କୌଶଳ ଉପଯୋଗ କରି ଶ୍ରମିକମାନଙ୍କ ନିକଟରେ ସେବା ଯୋଗାଇଦେଇ ହିତାଧିକାରୀମାନଙ୍କୁ ଉପକୃତ କରିବା ରାଜ୍ୟ ସରକାରଙ୍କର ପ୍ରାଥମିକତା। ଏହାସହ ସମାରୋହରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ସମ୍ମାନିତ ଅତିଥିଭାବେ ଯୋଗଦେଇ କହିଥିଲେ, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼କୁ ଅଧିକ କ୍ରିୟାଶୀଳ ଓ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ୫ଟି କାର୍ଯ୍ୟକ୍ରମ ଜରିଆରେ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି।
ଏହି ସମାରୋହରେ ରାଜ୍ୟର ବିଭିନ୍ନ ଜିଲାରୁ ପ୍ରାୟ ୬ ହଜାରରୁ ଅଧିକ ନିର୍ମାଣ ଶ୍ରମିକଙ୍କ ସହ ଶ୍ରମିକ ସଙ୍ଗଠନର ବହୁ ପ୍ରମୁଖ ନେତା ଓ ଉଚ୍ଚ ପଦାଧିକାରୀ ମଧ୍ୟ ଯୋଗ ଦେଇଥିଲେ। ବିଭିନ୍ନ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ତରଫରୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories