www.samajalive.in
Saturday, December 6, 2025
23.1 C
Bhubaneswar

ଟ୍ରକ ସହ ଧକ୍କା ପରେ କାରରେ ଲାଗିଲା ନିଆଁ ; ୩ ମୃତ

ପାନିପତ୍‍ : ପାନିପତର ଇମରାନାରେ ଶୁକ୍ରବାର ଅପରାହ୍ନରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଶିଶୁ ସମେତ ୩ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ପାନିପତ୍‍ ରୋହତକ ଜାତୀୟ ରାଜପଥ ଇସରାନା ନିକଟରେ ଟ୍ରକ ସହ ଧକ୍କା ହେବା ପରେ କାରରେ ନିଆଁ ଲାଗି ଯାଇଥିଲା। ଦୁର୍ଘଟଣାରେ କାରରେ ଥିବା ୮ ବର୍ଷର ଶିଶୁ ସମେତ ତିନି ଜଣ କାର ଭିତରେ ଜୀବନ୍ତ ଦଗ୍ଧ ହୋଇଛନ୍ତି।
ମିଳିଥିବା ସୂଚନାନୁଯାୟୀ, ରାସ୍ତାରେ ଟ୍ରକ ସହ କାର ପଛପଟୁ ଧକ୍କା ହେବା ପରେ କାରରେ ନିଆଁ ଲାଗି ଯାଇଥିଲା। ଘଟଣା ମାତ୍ରେ ଘଟଣା ସ୍ଥଳରେ ଚିତ୍କାର ଶୁଣା ଯାଇଥିଲା। ସ୍ଥାନୀୟ ଲୋକେ , ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁୂ ଆୟତ୍ତ କରିବା ସହ ସଭିଁଙ୍କୁ ଉଦ୍ଧାର କରିଥିଲେ। କାରର କାଚ ଭାଙ୍ଗି ସଭିଁଙ୍କୁ ଉଦ୍ଧାର ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ପୁଲିସ କାରକୁ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories