କେନ୍ଦ୍ରାପଡ଼ା / ଜଗତସିଂହପୁର : ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଜାରି ରହିଛି। ବାଲିକୁଦା-ଏରସମା ଆସନ ପାଇଁ ବିଜେପିର ବରିଷ୍ଠ ନେତା ଦାମୋଦର ରାଉତ ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜଗତସିଂହପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାୟରେ ସେ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।
ସେହିପରି କେନ୍ଦ୍ରାପଡ଼ା ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଭାବେ ବୈଜୟନ୍ତ ପଣ୍ଡା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳ କାର୍ଯ୍ୟାଳୟ ଯାଇ ସେ ନାମାଙ୍କନ ଦାଖଲ କରିଛନ୍ତି।
ଦାମୋଦର ରାଉତ ଓ ବୈଜୟନ୍ତ ପଣ୍ଡାଙ୍କ ନାମାଙ୍କନପତ୍ର ଦାଖଲ
Popular Categories



