www.samajalive.in
Monday, December 8, 2025
14.1 C
Bhubaneswar

 ଗରିବ ଝିଅଙ୍କୁ ବିବାହ ସମୟରେ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ ପାଇଁ ନବୀନଙ୍କ ଘୋଷଣା

ନୂଆପଡ଼ା : ପ୍ରଥମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାରରେ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନୂଆପଡ଼ା କୋମନା ନିର୍ବାଚନୀ ସଭାରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମାଆମାନେ ବିକାଶର ପ୍ରକୃତ ଡ଼ବଲ ଇଞ୍ଜିନ। ବିଜେଡ଼ି କ୍ଷମତାକୁ ଆସିଲେ ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସହାୟତା ରାଶି ବୃଦ୍ଧି କରାଯିବ । ମହିଳାଙ୍କ ପାଇଁ ସହାୟତା ରାଶି ୭ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି କରାଯିବ। ଏତଦବ୍ୟତୀତ ମିଶନ ଶକ୍ତିର ମହିଳାଙ୍କୁ ବାର୍ଷିକ ୫ ହଜାର କୋଟିର ସରକାରୀ କାମ ଯୋଗାଇ ଦିଆଯିବ।
ଗରିବ ଝିଅମାନଙ୍କୁ ବିବାହ ସମୟରେ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ। ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ପାଇଁ ବିନା ସୁଧରେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ। ରାଜ୍ୟର ସମସ୍ତ ଝିଅଙ୍କୁ ମାଗଣାରେ ଶିକ୍ଷା ସୁବିଧା ଉପଲବ୍ଧ କରାଯିବ। ଝିଅମାନେ କେଜିରୁ କଲେଜ, ମେଡ଼ିକାଲ, ଇଞ୍ଜିନିୟରିଂ ସବୁ ପାଠ୍ୟକ୍ରମ ମାଗଣାରେ ପଢିପାରିବେ। ଦଳ ସରକାର ଗଢିଲେ ଆଶ୍ରମ ସ୍କୁଲ ପରିଚାଳନା, ଡ଼ାକ୍ତରଖାନା ପରିଚାଳନା, ସ୍କୁଲ ୟୁନିଫର୍ମ ଯୋଗାଣ ଅନେକ ସରକାରୀ କାମ ପାଇଁ ମିଶନ ଶକ୍ତିର ମହିଳାଙ୍କୁ ନିୟୋଜିତ କରାଯିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories