www.samajalive.in
Sunday, December 14, 2025
18.1 C
Bhubaneswar

ଲକ୍ଷ୍ମୀନାରାୟଣ ମନ୍ଦିରର ବାର୍ଷିକୋତ୍ସବ

ଚୌଦ୍ୱାର: ଚୌଦ୍ୱାର ପୌରପାଳିକା ୧୭ନଂ ୱାର୍ଡ ନୁଆସାହି ସ୍ଥିତ ଶ୍ରୀ ଶ୍ରୀ ଲକ୍ଷ୍ମୀନାରାୟଣ ମନ୍ଦିରର ପ୍ରଥମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଲକ୍ଷ୍ମୀନାରାୟଣ ଦୋଳ କମିଟି ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗ୍ରାମର ବହୁ ସଂଖ୍ୟକ ମହିଳା ଶେଭାଯାତ୍ରାରେ ଯାଇ ସ୍ଥାନୀୟ ବୈଦେଶ୍ୱର ମନ୍ଦିର ପୁଷ୍କରିଣୀରୁ ଜଳ ଆଣି ମନ୍ଦିରରେ ଘଟସ୍ଥାପନା କରିଥିଲେ। ପରେ ସୁର୍ଯ୍ୟ ପୁଜା,ଗୋ ପୁଜା,ହୋମଯଜ୍ଞ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୁଜକ ଶତ୍ରୁଘ୍ନ ମିଶ୍ର ଓ ନୀକୁଞ୍ଜ ପଣ୍ଡା ପୁଜା ସମ୍ପନ୍ନ କରିଥିବା ବେଳେ ଗଗନ ସାମଲ ଓ ବାସନ୍ତୀ ସାମଲ କର୍ତ୍ତା ଭାବେ ଯଜ୍ଞରେ ଆହୁତି ପ୍ରଦାନ କରିଥିଲେ। ବିଧାୟକ ସୌଭିକ୍‌‌ ବିଶ୍ୱାଳ, ବିଷ୍ନୁଚରଣ ପରିଡ଼ା, ଅଜୟ କୁମାର ବେହେରା, ଅଜିନୀ ବେହେରା, ଦିଲ୍ଲୀପ ସାହୁ, ତୀର୍ଥାନନ୍ଦ ସୁବୁଦ୍ଧିରାୟଙ୍କ ସମେତ ଆଖପାଖ ଅଞ୍ଚଳର ବହୁ ଶ୍ରଦ୍ଧାଳୁ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଥିଲେ।ସ୍ଥାନୀୟ କାଉନସିଲର ଆଶୁତୋଷ ଦାସ, ଧନେଶ୍ୱର ବିଶ୍ୱାଳ, ଜଗବନ୍ଧୁ ସାହୁ, ଆଲୋକ ସାହୁ, ଅଜୟ ରାଉତାରାୟ, ମାନସ ସାହୁଙ୍କ ସମେତ ମହାଦେବ କ୍ଲବର କର୍ମକର୍ତ୍ତା ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories