www.samajalive.in
Saturday, December 13, 2025
15.1 C
Bhubaneswar

ଅଟ୍ଟାଳି ଜଗନ୍ନାଥଙ୍କ ରଥକାଠ ଅନୁକୁଳ

ଆଠଗଡ଼: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଠଗଡ଼ର ଆରାଧ୍ୟ ପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଦେବଙ୍କ ରଥକାଠ ଅନୁକୁଳ କରାଯାଇଛି। ଏହି ଉପଲକ୍ଷେ ମନ୍ଦିର ପରିସରରେ ରବିବାର ସକାଳେ ବଡପଣ୍ଡା ଶରତ କୁମାର ପଣ୍ଡା ଓ ଅନ୍ୟ ସେବାୟତମାନେ ରଥ ପାଇଁ ଏକ ନୂତନ କାଠ ପୂଜାର୍ଚ୍ଚନା କରିଥିଲେ। ପୂଜାର୍ଚ୍ଚନା ପରେ ମହାରଣା ସେବାୟତ ବିଶ୍ୱକର୍ମା ପ୍ରମୋଦ କୁମାର ମହାରଣା ଓ ଭାଷ୍କର ମହାରଣା ନୂତନ ରଥକାଠ ଚିରଟ ଅନୁକୁଳ କରିଥିଲେ। ଦେବୋତ୍ତର ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ତହସିଲଦାର ପ୍ରିୟବ୍ରତ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ପରିଚାଳନାରେ ଦେବୋତ୍ତର ସୁପରଭାଇଜର ଭବାନୀ ଶଙ୍କର ପଣ୍ଡା ଓ ଅନ୍ୟ କର୍ମଚାରୀ ସହଯୋଗ କରିଥିଲେ। ଏହି ରଥକାଠ ଅନୁକୁଳ କାର୍ଯ୍ୟକ୍ରମ ଦେଖିବା ପାଇଁ ବହୁ ଶ୍ରଦ୍ଧାଳୁ ଉପସ୍ଥିତ ରହିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories